ତିହିଡି – ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ସହାପୁର ପଞ୍ଚାୟତ ଅଧିନ ଲାଷ୍ମୀ ନାରାୟଣ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୬ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ଲଷ୍ମୀ ନାରାୟଣ ନୋଡାଲ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ଦେବାନନ୍ଦ ବିଶ୍ୱାଳଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ ଲଷ୍ମୀ ନାରାୟଣ କୃଷକ ସହଯୋଗ ହାଇ ସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଜୟନ୍ତ କୁମାର ବାରିକ, ମୁଖ୍ୟବକ୍ତା ଭାବେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ମାରାଣ୍ଡି, ସମ୍ନାନିତ ଅତିଥିଭାବେ ଅବସରପ୍ରାପ୍ତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମହାକୁଡ଼, ଜାଫରାବାଦ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ଦେବାଶିଷ ନାୟକ, ଭେଡା ଝିଙ୍କିରିଆ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ବୈକୁଣ୍ଠ ନାଥ ପାଣିଗ୍ରାହୀ ଯୋଗଦେଇ ଶିଶୁ ମହୋତ୍ସବ ସୁରଭିର ଆଭିମୁଖ୍ୟ ଉପରେ ସୂଚନା ଦେଇଥିଲେ। କ୍ଳଷ୍ଟର ସିଆରସିସି ଧୀରେନ ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଲଷ୍ମୀ ନାରାୟଣ ନୋଡାଲ ସ୍କୁଲର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଦ୍ୟାଧର ମହାନ୍ତି, ଅତିଥି ପରିଚୟ ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷକ ଜଗବନ୍ଧୁ ସେନାପତି, ପ୍ରଧାନ ଶିକ୍ଷୟତ୍ରୀ ସଂଗୀତା ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଦର୍ଶନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସୁରଭି କାର୍ଯ୍ୟକ୍ରମରେ ୧୨୦ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଏଥିରେ କ୍ଳଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦେଇଥିଲେ।
ତିହିଡିରୁ ସଂଜୟ ଦାସଙ୍କ ରିପୋର୍ଟ।

