ବାଲେଶ୍ଵର: ୩୧.୧୦.୨୬
ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ (ରାଷ୍ଟ୍ରୀୟ ଏକତା ଦିବସ) ଅବସରରେ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏକ ବିଶାଳ ‘ଏକତା ପଦଯାତ୍ରା’ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ବାଲେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ କୁମାର ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଦେଖାଇ ଏହି ପ୍ରାତଃକାଳୀନ ପଦଯାତ୍ରାର ଶୁଭାରମ୍ଭ କରିଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରବୋଧ କୁମାର ମଲ୍ଲିକ ଯୋଗ ଦେଇଥିଲେ।ଆଜି ସକାଳ ୭:୦୦ ଟାରେ ନୂତନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏହି ପଦଯାତ୍ରା ବାହାରି ଏଡିଏମ୍ ଛକ, ଷ୍ଟେସନ ଛକ, ଫକୀର ମୋହନ ଗୋଲେଇ ଏବଂ ଫାଣ୍ଡିଛକ ଦେଇ ପୁନର୍ବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଫେରିଥିଲା। ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ଏହି ପଦଯାତ୍ରା ମାଧ୍ୟମରେ ସହରବାସୀଙ୍କୁ ବାର୍ତ୍ତା ଦିଆଯାଇଛି। ବାଲେଶ୍ୱର ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ସମଗ୍ର କାର୍ଯ୍ୟକ୍ରମଟି ଅତି ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି ପଦଯାତ୍ରାରେ ବିଭିନ୍ନ ବର୍ଗର ଜନସାଧାରଣ, ଯୁବକ ଓ ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।

