ଭୁବନେଶ୍ୱର : ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କଲା ବାତ୍ୟା ‘ଅକଭାନ । ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କଲା ସାମୁଦ୍ରିକ ଝଡ଼ । ଘଣ୍ଟାପ୍ରତି ୯୦ କି.ମି. ବେଗରେ ବହୁଛି ଝଟକା ପବନ । ଆଗାମୀ ୨ ଘଣ୍ଟା ଜାରି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ସକାଳ ୭:୩୦ ରୁ ୮:୩୦ ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ।
ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦ ରୁ ୮୦ କିଲୋମିଟର ରହିଥିବା ବେଳେ ଝଟକା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ବହୁଛି । ବର୍ତ୍ତମାନ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଛି ଏବଂ ଏହା ଆଗାମୀ ୨ ଘଣ୍ଟା ପର୍ଯ୍ୟନ୍ତ ଚାଲିବ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଭୀଷଣ ବାତ୍ୟାର ରୂପ ନେଇଥିବା ବେଳେ ଉପକୂଳ ନିକଟତର ହେବା ପୂର୍ବରୁ ସାମାନ୍ୟ ଦୁର୍ବଳ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଥିଲା ।
ଗୋପାଳପୁର ନିକଟରେ ୭୦–୮୦ କି.ମି. ବେଗରେ ପବନ ସହ ବାତ୍ୟା ସ୍ଥଳଭାଗ ଛୁଇଁଛି । ୧୧ଟା ମଧ୍ୟରେ ସମ୍ପୂର୍ଣ୍ଣ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବା ପରେ ଏହା ସ୍ଥଳଭାଗ ଉପରେ ଧୀରେ ଧୀରେ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ।

