ଗୁରୁବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ସକାଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି….
ଭୁବନେଶ୍ୱର: ଗୁରୁବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ସକାଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।
ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି: “ମୁଁ ପ୍ରାର୍ଥନା କରୁଛି ଯେ ପ୍ରଭୁ ଜଗନ୍ନାଥ ଆପଣଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ।”
ମୁଖ୍ୟମନ୍ତ୍ରୀ ଏକ୍ସରେ ଏକ ବାର୍ତ୍ତା ପୋଷ୍ଟ କରିଥିଲେ, ଯେଉଁଥିରେ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।