ରାଜ୍ୟ

ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି

Spread the love

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧୀରେଧୀରେ ଉତ୍ତର-ପଶ୍ଚିମ ଦିଗକୁ ମୁହାଁଉଥିବା ବେଳେ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ଓ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିସନ (ଏସ୍‌ଆରସି) ପକ୍ଷରୁ ମଧ୍ୟ ରାଜ୍ୟବାସୀଙ୍କ ପାଇଁ ଚେତାବନୀ ଜାରି କରାଯାଇଛି। 

ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ। କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ। ଅକ୍ଟୋବର ୨୬ ତାରିଖ ଠାରୁ ୨୯ ପର୍ଯ୍ୟନ୍ତ ସମୁଦ୍ର ଅସ୍ଥିର ରହିବ। ସମ୍ଭାବିତ ବାତ୍ୟା ସମୟରେ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ  ପବନର ବେଗ ଘଣ୍ଟା ପିଛା ୩୫ରୁ ୬୦ କିମି ରହିବ। ଏହା ଘଣ୍ଟା ପିଛା ସର୍ବାଧିକ ୭୦କିମି ହୋଇପାରେ।

Leave a Reply

Your email address will not be published. Required fields are marked *