ରାଜ୍ୟ

ସ୍ଥଳଭାଗ ଆଡ଼କୁ ଅଗ୍ରସର; ଆନ୍ଧ୍ର ଛୁଇଁବା ଆଶଙ୍କା, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

Spread the love

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ କହିଛି ଯେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ସୁଦୃଶ ଲଘୁଚାପ ଶନିବାର ପୂର୍ବାହ୍‌ଣରେ ଅବପାତର ରୂପ ନେଇଛି। ଶନିବାର ସକାଳ ସାଢ଼େ ୫ଟା ସମୟରେ ଏହି ଅବପାତ ସୃଷ୍ଟି ହୋଇଛି। ଅକ୍ଟୋବର ୨୭ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପୂର୍ବାନୁମାନ କରିଛି। ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହା କେଉଁ ଅଞ୍ଚଳରେ ଲ୍ୟାଣ୍ଡଫ୍‌ଲ କରିବ ସେନେଇ କୁହାଯାଇ ନାହିଁ। କିନ୍ତୁ ବାତ୍ୟାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ଓଡ଼ିଶାର ‌ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଥିବା ସମ୍ଭାବ୍ୟ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ଅକ୍ଟୋବର ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *