ରାଜ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା, ୨୮ରେ ସ୍ଥଳଭାଗ ଛୁଇଁବ

Spread the love

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା। ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି ।୨୮ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ମୋନ୍ଥା । ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ । ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 ୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୨୮ ତାରିଖ ସନ୍ଧ୍ୟା କିମ୍ବା ରାତିରେ କାକିନଡ଼ା ପାଖାପାଖି ମଚ୍ଛିଲିପଟନମ୍‌ ଓ କଳିଙ୍ଗପଟନମ୍‌ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୯୦ରୁ ୧୦୦ କିମି ମଧ୍ୟରେ ରହିବ। ଝଟକା ପବନର ବେଗ ଘଣ୍ଟା ପ୍ରତି ୧୧୦ କିମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Leave a Reply

Your email address will not be published. Required fields are marked *