ଓଡ଼ିଶା ପୁଲିସ ଏସ୍ଆଇ କେଳେଙ୍କାରୀ, ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର ଡିଲ୍: ଶଙ୍କର ପୃଷ୍ଟି
ଭୁବନେଶ୍ବର: ଓଡ଼ିଶା ପୁଲିସ ଏସ୍ଆଇ କେଳେଙ୍କାରୀ ଘଟଣାରେ ବଡ଼ ବୟାନ ଦେଇଛି ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି। ଶଙ୍କର ପୃଷ୍ଟି କହିଛି, ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର ଡିଲ୍। ଷଡ଼ଯନ୍ତ୍ରକାରୀଙ୍କ ମୁଖା ଖୋଲିଦେବି। ସରେଣ୍ଡର୍ କରିନଥିଲେ ଏହି ଡିଲ୍ କଥା ସାମ୍ନାକୁ ଆସିନଥାନ୍ତା।
ଭୁବନେଶ୍ବରରେ ପହଞ୍ଚିଛି ଓଡ଼ିଶା ପୁଲିସ ଏସ୍ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି। ବିମାନବନ୍ଦରରୁ ସିଧା କଟକ କ୍ରାଇମବ୍ରାଞ୍ଚ ଅଫିସ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଛି। ସେଠାରେ ତାକୁ ଜେରା କରୁଛନ୍ତି ପୁଲିସ୍। ଏଣେ ଶଙ୍କର କହିଛି ଯେ ତା ଉପରେ ଯେଉଁ ଅଭିଯୋଗ ଆସିଛି ତାହା ମିଥ୍ୟା। ହାଇକୋର୍ଟରେ ମୁଁ ଆଗୁଆ ଜାମିନ ଆବେଦନ କରିଛି। ସୂଚନାଯୋଗ୍ୟ, ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ଗତକାଲି ନେପାଳ ସୀମାରୁ ଗିରଫ କରିଥିଲା। ଏହାପରେ ତାକୁ ଭୁବନେଶ୍ବରକୁ ଆଣିଛି କ୍ରାଇମବ୍ରାଞ୍ଚ ଟିମ୍। ଗାଜିଆବାଦରେ ଥିବା ଶଙ୍କରର ଘରେ କ୍ରାଇମବ୍ରାଞ୍ଚ ଟିମ୍ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା। ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା ଶଙ୍କର। ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା।