ରାଜ୍ୟ

ବିଜେଡିକୁ ଶକ୍ତ ଧକ୍କା, ବିଜେପିରେ ଯୋଗ ଦେଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ

Spread the love

ଭୁବନେଶ୍ବର: ବିଜେଡିକୁ ଶକ୍ତ ଧକ୍କା। ପଦ୍ମ ଧରିଲେ ଅମର ପଟ୍ଟନାୟକ। ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ  ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ସିଂ ତୋମର ଅମର ପଟ୍ଟନାୟକଙ୍କୁ ଦଳର ଟୋପି ପିନ୍ଧାଇ ଦଳକୁ ସ୍ବାଗତ କରିଛନ୍ତି। ଦଳର ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ବରିଷ୍ଠ ନେତ୍ରୀ ପିଙ୍କି ପ୍ରଧାନ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *