ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ ପାର୍କ ସାମ୍ନାରେ ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର । ଗୁଳିମାଡ଼ରେ ଭବାନୀ ଶଙ୍କର ପ୍ରଧାନ ନାମକ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ଅନ୍ୟ ଜଣେ ମଧ୍ୟ ଆହତ ହୋଇଛନ୍ତି ।
ଗତକାଲି ରାତିରେ ଭବାନୀ ଶଙ୍କର ଇକୋ ପାର୍କ ସମ୍ମୁଖରେ ଛିଡା ହୋଇଥିବା ବେଳେ ୩ ଜଣ ଦୁର୍ବୃତ୍ତ ମୋଟରସାଇକେଲରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ । ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି ।

