ପୁରୀ: ନୂଆବର୍ଷ ପାଇଁ ପୁରୀରେ ପର୍ଯ୍ୟଟଙ୍କ ଭିଡ଼ । ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନେକ ଭକ୍ତ ଭିଡ଼ ଜମାଇଛନ୍ତି । ପ୍ରାୟ ୪ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୦ ଜଣ ଅତିରିକ୍ତ SP, ୩୩ ଜଣ DSP ଏବଂ ୩ ଶହରୁ ଅଧିକ ପୋଲିସ ଅଧିକାରୀଙ୍କ ଏକ ସ୍ୱତନ୍ତ୍ର କମାଣ୍ଡ ଗଠନ ହୋଇଛି ।
୬୦ ପ୍ଲାଟୁନ୍ ପୋଲିସ କର୍ମଚାରୀଙ୍କୁ ନେଇ ଏକ ଶକ୍ତିଶାଳୀ ବାହିନୀକୁ ନିୟୋଜିତ କରାଯାଇଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ସ୍ୱତନ୍ତ୍ର ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି । ଶ୍ରୀମନ୍ଦିର ଭିତରେ ଓ ବାହାରେ ଭିଡ଼ ନିୟନ୍ତ୍ରଣ ଲାଗି ପୁରୀ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ କରାଯାଇଛି ।

