ଭୁବନେଶ୍ୱର : ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । “ନୂଆବର୍ଷର ପ୍ରଥମ ଦିନ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ଏହି ଦିନ ମୋର କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ । ନିୟମିତ ଭାବେ ସରକାରୀ କାର୍ଯ୍ୟ ହେବ । ତେଣୁ ମୋର କାର୍ଯ୍ୟାଳୟକୁ ନୂଆବର୍ଷର ଅଭିନନ୍ଦନ କିମ୍ବା ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ” ସରକାରୀ କର୍ମଚାରୀମାନେ ମଧ୍ୟ ଅଫିସ ସମୟରେ ଶୁଭେଚ୍ଛା ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ସାମିଲ ନ ରହି, ଅଫିସ୍ କାର୍ଯ୍ୟ ଉପରେ ଗୁରୁତ୍ୱ ପ୍ରଦାନ କରିବାକୁ ଅନୁରୋଧ କରିଛନ୍ତି ।
ଓଡ଼ିଶାର ଜନସାଧାରଣ ତଥା ମୋର ଶୁଭାକାଂକ୍ଷୀଙ୍କ ସଦିଚ୍ଛା ମୋ ସହିତ ସବୁବେଳେ ରହିଆସିଛି । ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ କୃତଜ୍ଞ ବୋଲି କହିଛନ୍ତି । ମୋର ସରକାରୀ ବାସଭବନକୁ ଯେଉଁମାନେ ଶୁଭେଚ୍ଛା ଜଣାଇବାକୁ ଆସିବେ । ସମସ୍ତଙ୍କୁ ନିବେଦନ, କୌଣସି ଉପହାର କିମ୍ବା ପୁଷ୍ପଗୁଚ୍ଛ ଧରି ଆସିବେ ନାହିଁ । କେବଳ ଆପଣଙ୍କ ସଦିଚ୍ଛା ଓ ଆଶୀର୍ବାଦ ମୋର ଏକାନ୍ତ କାମ୍ୟ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣ ସମସ୍ତଙ୍କର ମଙ୍ଗଳ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

