ନୀଳଗିରି: ପରଲୋକରେ ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟ। ୭୬ ବର୍ଷ ବୟସରେ ଆଖି ବୁଜିଲେ ନୀଳଗିରିର ବିକାଶ ପୁରୁଷ ଅକ୍ଷୟ ଆଚାର୍ଯ୍ଯ।ଦୀର୍ଘ ଦିନ ହେବ ସେ କ୍ୟାନସର ରୋଗରେ ପୀଡ଼ିତ ହୋଇ ବମ୍ବେରେ ଚିକିତ୍ସିତ ହେଉଥିଲେ। ଆଜି ଭୋର ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ପ୍ରଥମେ ନୀଳଗିରି ଓ ପରେ ବାଲେଶ୍ବର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ନିଆଯାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି। ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ନୀଳଗିରିରେ ଶୋକର ଛାୟା ଖେଳିଯାଇଛି।

