ବରଗଡ଼/ପୁରୀ: ପୁରୀରେ କଂସ ଚରିତ୍ରରେ ଅଭିନୟ କରିଥିବା ସୁଶୀଲ ମେହେର। ସେ ଗୋବର୍ଦ୍ଧନ ମଠରେ ଶଙ୍କରାଚାର୍ଯ୍ୟଙ୍କୁ ଦର୍ଶନ କରିଛନ୍ତି। ଏହାପରେ ମହୋଦଧିରେ ବୁଡ଼ ପକାଇ ସେ ନିଜର ପାପକ୍ଷୟ କରିବେ। ଶେଷରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ସୂଚନାଯୋଗ୍ୟ, ବରଗଡ଼ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଗତ ବର୍ଷ ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହୋଇ ଦୀର୍ଘ ୧୧ଦିନ ଚାଲିବା ପରେ ୨୦୨୬ ଜାନୁଆରି ୩ ତାରିଖରେ ଉଦଘାଟିତ ହୋଇଥିଲା। ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଥିଲା। ଏଥିରେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶୀଲ ମେହେର ବରଗଡ଼ କଂସ ଅଭିନେତା ଭାବେ ମନୋନୀତ ହୋଇଥିଲେ।

