ବୁଧବାର ଅପରାହ୍ନ ୪ ଘଟିକା ସମୟରେ ରେମୁଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଟିଣା ମଣ୍ଡଗାଁ ସ୍ଥିତ ବୈକୁଣ୍ଠ ନାଥ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବର ଉଦଯାପନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥଲା। ସ୍କୁଲର ପ୍ରଧାନ ଶିକ୍ଷକ କରୁଣାକର ଦାସଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରେମୁଣା ବିଧାୟକ ପ୍ରତିନିଧି କାର୍ତ୍ତିକ ଚନ୍ଦ୍ର ଗିରି, ସମ୍ମାନିତ ଅତିଥି ରୂପେ ସରପଞ୍ଚ ଝିଲ୍ଲିଶ୍ରୀ ମହଲିକଙ୍କ ସମେତ ଅନ୍ୟ ଅତିଥି ମାନେ ଯୋଗ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟରେ ଭଲ କ୍ରୀଡା ପ୍ରଦର୍ଶନ କରିଥିବା ଛାତ୍ର ଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା

