ଭୁବନେଶ୍ୱର : ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ବାବୁ ଜଣେ ସ୍ୱାଧୀନତା ସଂଗ୍ରାମୀ, ଶିଳ୍ପପତି, ଓଡିଶାକୁ ଭଲ ପାଉଥିବା ରାଜନେତା । ଓଡିଶା ମାଟିର ଗୌରବ ଏବଂ ଦେଶର ସମ୍ମାନ ପାଇଁ ସେ ସର୍ବଦା ଲଢେଇ କରୁଥିଲେ ।
ଓଡ଼ିଶାର ସ୍ୱାଭିମାନ ଏବଂ ସମ୍ମାନ ପାଇଁ ସେ କେବେ ସାଲିସ କରିନଥିଲେ । ଓଡିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ ଦେଖିଥିଲେ ବିଜୁ ପଟ୍ଟନାୟକ । ବିଜୁ ପଟ୍ଟନାୟକ ସଂକଳ୍ପ ଏବଂ ସ୍ବପ୍ନକୁ ନେଇ ଆମ ସରକାର ମଧ୍ୟ ସମୃଦ୍ଧ ଓଡିଶା ଗଠନ କରିବାକୁ କାର୍ଯ୍ୟ କରୁଛି । ଓଡିଶା ଅସ୍ମିତାକୁ ବିଶ୍ୱ ଦରବାରରେ ପରିଚିତ କରାଇବାରେ ବିଜୁ ବାବୁ ଙ୍କର ଯେଉଁ ସ୍ବପ୍ନ ଅଧୁରା ରହିଯାଇଛି, ସେହି ସପ୍ନକୁ ପୁରା କରିବାକୁ ଆମ ସରକାର ସଂକଳ୍ପ ନେଇଛନ୍ତି । ଆଗାମୀ ଦିନରେ ଓଡ଼ିଆ ସ୍ୱାଭିମାନ ବିଶ୍ୱ ଦରବାରରେ ପହଂଚିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

