ଭୁବନେଶ୍ବର: ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ । ଓଡ଼ିଶାରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଲା । ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ପ୍ରବେଶ କଲା ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ, ଗୁରୁବାର ଦିନର ସୂଚନାଥିଲା କି ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ ରହିଥିଲା । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା ରହିଥିଲା ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । \ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଏହି ସବୁ ଜିଲ୍ଲା ଗୁଡିକରେ ବର୍ଷା ବିଜୁଳି ସହ ୫୦ ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ରହିଥିଲା ।

