କଟକ : ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ୍ କରିଛି ଜିଲ୍ଲା ଅବକାରୀ ବିଭାଗର ମୋବାଇଲ ୟୁନିଟ। ଦାମୀ କାରରେ ଗଞ୍ଜେଇ ବେପାର। କଟକ ସଦର ଥାନା ଅନ୍ତର୍ଗତ କାଜିପାଟଣା କୁଆଖାଇ ପୋଲ ନିକଟରେ ଏକ ଦାମୀ କାରରୁ ୭୦ କେଜି ଗଞ୍ଜେଇ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ମୋଟ ୧୯ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିଛି ଜିଲ୍ଲା ଅବକାରୀ ବିଭାଗର ମୋବାଇଲ ୟୁନିଟ। ଘଟଣାରେ ମୋଟ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ଅଛନ୍ତି। ସେହିପରି ଜଗତପୁର ଗୋଲେଇ ଛକରେ ଚଢ଼ଉ କରି ଜଣେ ନିଶା ବେପାରୀକୁ ଧରିବା ସହିତ ତା ନିକଟରୁ ୧୦ କିଲୋ ଗଞ୍ଜେଇ ଜବତ କରାଯାଇଛି। ଅଭିଯୁକ୍ତଠାରୁ ଏକ ବାଇକ ମଧ୍ୟ ଜବତ କରାଯାଇଛି ।

